ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୩୬୩ ଆକ୍ରାନ୍ତ, ୩ ମୃତ
  • ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬କୁ ବୃଦ୍ଧି
  • କରୋନା ମୃତ୍ୟୁସଂଖ୍ୟା ୧,୮୩୯କୁ ବୃଦ୍ଧି

ରାଜ୍ୟର ୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୨୦୮ ଜଣ ଥିବା ବେଳେ ୧୫୫ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ଆଉ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ଵଲପୁରରୁ ୩୫ ଜଣ, ପୁରୀରୁ ୨୭ ଜଣ, ଅନୁଗୁଳରୁ ୨୩ ଜଣ, କଟକରୁ ୨୨ ଜଣ, ବାଲେଶ୍ଵରରୁ ୨୦ ଜଣ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୧,୬୪୭ ଜଣ ସୁସ୍ଥ ହୋଇଥିବା ବେଳେ ୩,୦୫୭ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୮୩୯କୁ ବୃଦ୍ଧି ପାଇଛି।

Comment