ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୩୨୫ ଆକ୍ରାନ୍ତ, ୩ ମୃତ
  • ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୨୭,୮୬୭କୁ ବୃଦ୍ଧି
  • କରୋନାଜନିତ ମୃତ୍ୟୁସଂଖ୍ୟା ୧,୮୫୩କୁ ବୃଦ୍ଧି

ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୧୮୭ ଜଣ ଥିବା ବେଳେ ୧୩୮ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ଆଉ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୩୩ ଜଣ, ଅନୁଗୁଳରୁ ୩୨ ଜଣ, ବାଲେଶ୍ୱରରୁ ୨୮ ଜଣ, ସମ୍ବଲପୁରରୁ ୨୧ ଜଣ, କଟକରୁ ୧୯ ଜଣ, ମୟୂରଭଞ୍ଜ ଓ ନୂଆପଡ଼ାରୁ ୧୮ ଜଣ ଲେଖାଏଁ, ଯାଜପୁରରୁ ୧୭ ଜଣ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୨୭,୮୬୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୨,୯୭୨ ଜଣ ସୁସ୍ଥ ହୋଇଥିବା ବେଳେ ୨,୯୮୯ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧,୮୫୩କୁ ବୃଦ୍ଧି ପାଇଛି।

Comment