ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୩୦୩ ନୂଆ ଆକ୍ରାନ୍ତ, ୪ ମୃତ
  • ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୦୪କୁ ବୃଦ୍ଧି
  • କରୋନା ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି

ରାଜ୍ୟର ୨୬ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୩୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନରୁ ୧୭୨ ଜଣ ଥିବା ବେଳେ ୧୩୧ଟି ଲୋକାଲ୍ କେସ୍ ରହିଛି। ଅନ୍ୟପଟେ ଆଜି ଆଉ ୪ ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଥିବା ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଛି।

ଆଜି ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ାରୁ ୩୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୩୦ ଜଣ, କେନ୍ଦୁଝରରୁ ୨୩ ଜଣ, ସମ୍ବଲପୁରରୁ ୨୨ ଜଣ, ବଲାଙ୍ଗିରରୁ ୧୮ ଜଣ, ମୟୂରଭଞ୍ଜରୁ ୧୭ ଜଣ, କଟକ, ଯାଜପୁର, ଅନୁଗୁଳ ଓ ବାଲେଶ୍ଵରୁ ୧୬ ଜଣ ଲେଖାଏଁ ପଜିଟିଭ୍ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାରୁ ମଧ୍ୟ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୦୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରେ ୩,୨୩,୭୪୯ ଜଣ ସୁସ୍ଥ ହୋଇଥିବା ବେଳେ ୨,୮୪୧ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି ପାଇଛି।

Comment