ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୨୩୪ ଆକ୍ରାନ୍ତ, ୩ ମୃତ
  • ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୨୮,୭୩୮କୁ ବୃଦ୍ଧି
  • କରୋନା ମୃତ୍ୟୁସଂଖ୍ୟା ୧,୮୬୪କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଏହି କ୍ରମରେ ଆଜି ୨୪ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ୨୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍‌ରୁ ୧୩୬ ଜଣ ଥିବା ବେଳେ ୯୮ଟି ଲୋକାଲ୍ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରେ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳରୁ ସର୍ବାଧିକ ୩୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୨୮ ଜଣ, ଖୋର୍ଦ୍ଧାରୁ ୨୫ ଜଣ, ମୟୂରଭଞ୍ଜରୁ ୧୭ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଟକରୁ ୧୨ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟର ୬ଟି ଜିଲ୍ଲାରୁ ଆଜି ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ନୂଆ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୨୮,୭୩୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୪,୦୬୮ ଜଣ ସୁସ୍ଥ ହୋଇଥିବା ବେଳେ ୨,୭୫୩ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧,୮୬୪କୁ ବୃଦ୍ଧି ପାଇଛି।

Comment