ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହି କ୍ରମରେ ଆଜି ୨୬ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ୧୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୧୦୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୭ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟପଟେ ଆଜି ୨ ଜଣ କରୋନାରେ ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୪ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁରରୁ ୧୦ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୬,୨୦୯ ଜଣ ସୁସ୍ଥ ହୋଇଥିବା ବେଳେ ୨,୩୪୫ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୮୮୫କୁ ବୃଦ୍ଧି ପାଇଛି।

Comment