ଓଡ଼ିଶାଲାଇଭ୍ ବ୍ୟୁରୋ

ମାହଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ମାମଲାରେ ପୋଲିସ ୪ ଜଣଙ୍କୁ ଅଟକ ରଖିଛି। କଟକ ଗ୍ରାମାଞ୍ଚଳ ପୋଲିସ ଏହି ୪ ଜଣଙ୍କୁ କେଉଁ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି।

ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। କିନ୍ତୁ ଏଯାଏଁ ଅସଲ ଅପରାଧୀ ପାଖରେ ପହଞ୍ଚିପାରିନି ପୋଲିସ।

ଶନିବାର ବିଜେପି ନେତା କୂଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳ ଏକ ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ପ୍ରଥମେ ମାହାଙ୍ଗା ଡାକ୍ତରଖାନା ଓ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

Comment