ଓଡ଼ିଶାଲାଇଭ୍ ବ୍ୟୁରୋ

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ବୁଧବାର ଅଘଟଣ ଘଟିଛି। ପ୍ଲାଣ୍ଟର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରୁ ବିଷାକ୍ତ ଗ୍ୟାସ ଲିକ୍ ହୋଇ ୪ ଜଣ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏନେଇ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍) ପକ୍ଷରୁ ସୂଚନା ମିଳିଛି।

ବୁଧବାର ସକାଳ ପ୍ରାୟ ୯ଟା ସମୟରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟର କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହୋଇଥିଲା। ଫଳରେ ପ୍ଲାଣ୍ଟ ପରିସରରେ କାମ କରୁଥିବା ୧୦ ଜଣ କର୍ମଚାରୀ ଅସୁସ୍ଥ ହୋଇପଡ଼ିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଅସୁସ୍ଥମାନଙ୍କୁ ଉଦ୍ଧାର କରିବା ପରେ ସେମାନଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହୋଇଛି।

ପୂର୍ବରୁ ମଧ୍ୟ କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଅଘଟଣ ଘଟି ଅନେକ ମୃତାହତ ହୋଇଛନ୍ତି। କିନ୍ତୁ ପ୍ଲାଣ୍ଟ କର୍ତ୍ତୃପକ୍ଷ ଏଥିପ୍ରତି ଗୁରୁତ୍ୱ ଦେଉନଥିବାରୁ ଏଭଳି ଅଘଟଣ ବାରମ୍ବାର ଘଟୁଥିବା ଅଭିଯୋଗ ହୋଇଛି। ପ୍ଲାଣ୍ଟ ମଧ୍ୟରେ ନିରାପତ୍ତା ବ୍ୟବସ୍ଥାକୁ କଡ଼ାକଡ଼ି ଭାବେ ପାଳକ କରିବା ସହ ମୃତ ଠିକା ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ନିଯୁକ୍ତି ଦେବାକୁ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଦାବି କରାଯାଇଛି।

Comment