ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର ଭିତରକୁ ପ୍ରବେଶ ପାଇଁ ଥିବା ବୟସ କଟକଣାକୁ ହଟାଇଦେଇଛି ବିଏମସି। ଫଳରେ ଏଣିକି ସବୁ ବୟସର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ବୋଲି ବିଏମସି ଡେପୁଟି କମିସନର ଅଂଶୁମାନ ରଥ ସୂଚନା ଦେଇଛନ୍ତି।

ମନ୍ଦିର ଭିତରକୁ ପ୍ରବେଶ କରିବା ପାଇଁ ପରିଚୟପତ୍ର ଓ କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି। ନେଗେଟିଭ୍ ରିପୋର୍ଟ ଆଣିନଥିବା ଶ୍ରଦ୍ଧାଳୁଙ୍କ ପାଇଁ ବିଏମସି ପକ୍ଷରୁ ମାଗଣା ଟେଷ୍ଟ କରାଯିବାର ବ୍ୟବସ୍ଥା ହୋଇଛି। ସେହିପରି ମାସ୍କ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପଟେ ଆଜିଠାରୁ ରାଜ୍ୟ ତଥା ରାଜ୍ୟ ବାହାରର ଲୋକଙ୍କୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି।କରୋନା ଯୋଗୁ ଦୀର୍ଘ ୯ ମାସ ଧରି ବନ୍ଦ ରହିବା ପରେ ଗତ ଡିସେମ୍ବର ୨୭ ତାରିଖରୁ ଲିଙ୍ଗରାଜ ମନ୍ଦିର ଖୋଲିଥିଲା। ପ୍ରଥମ ପର୍ଯ୍ୟାୟରେ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ କେବଳ ମନ୍ଦିର ସେବାୟତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଥିଲା। ଏହାପରେ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ଭୁବନେଶ୍ୱରବାସୀ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ତେବେ ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ବୟସ କଟକଣା ଲାଗୁ ହୋଇଥିଲା। ୧୦ ବର୍ଷରୁ କମ୍ ବୟସର ଶିଶୁ ଏବଂ ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ମନ୍ଦିରରେ ପ୍ରବେଶ ପାଇଁ ବାରଣ କରାଯାଇଥିଲା। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଆଜି ବିଏମସି ଏହି କଟକଣା ହଟାଇବା ପରେ ଶ୍ରଦ୍ଧାଳୁମାନେ ଖୁସି ବ୍ୟକ୍ତ କରିଛନ୍ତି।

LEAVE A REPLY

Please enter your comment!
Please enter your name here