ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଆହୁରି ତିନି ଦିନ ଯାଏଁ ଲାଗି ରହିବ ଘନ କୁହୁଡ଼ି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରବିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଭଦ୍ରକ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ ତାରିଖ ପାଇଁ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ମୟୂରଭଞ୍ଜ ଓ ୧୨ ତାରିଖ ପାଇଁ ଜଗତସିଂହପୁର, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି।

ଏହି ସମୟରେ ପୋଲିସ ଓ ପରିବହନ ବିଭାଗକୁ ସତର୍କତା ଆପଣାଇବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ଘନ କୁହୁଡ଼ି ଯୋଗୁ ରାସ୍ତାରେ ଦୁର୍ଘଟଣା ଆଶଙ୍କା ଥିବାରୁ ପରିବହନ ବିଭାଗ ସଜାଗ ରହିବାକୁ କୁହାଯାଇଛି।

Comment