ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୨୪୪ ଆକ୍ରାନ୍ତ, ଜଣେ ମୃତ
  • ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୩୨,୧୦୬କୁ ବୃଦ୍ଧି
  • କରୋନା ମୃତ୍ୟୁସଂଖ୍ୟା ୧,୮୯୨କୁ ବୃଦ୍ଧି

ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୧୪୨ ଜଣ ଥିବା ବେଳେ ୧୦୨ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଆଜି ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୨୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ, ଗଜପତି, ଝାରସୁଗୁଡ଼ା ଓ ବଲାଙ୍ଗିରରୁ ୧୯ ଜଣ ଲେଖାଏଁ, ଅନୁଗୁଳରୁ ୧୫ ଜଣ ପଜିଟିଭ୍ ଅଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୩୨,୧୦୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୮,୦୪୩ ଜଣ ସୁସ୍ଥ ହୋଇଥିବା ବେଳେ ୨,୧୧୮ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୮୯୨ରେ ପହଞ୍ଚିଛି।

Comment