ଓଡ଼ିଶାଲାଇଭ୍ ବ୍ୟୁରୋ

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫି’ ଛାଡ କଲେ ମୁଖ୍ୟମନ୍ତ୍ରୀ। କୋଭିଡ୍ ସ୍ଥିତିରେ ଛାତ୍ର ସମାଜର ବୃହତର ସ୍ୱାର୍ଥକୁ  ଆଖି ଆଗରେ ରଖି ମୁଖମନ୍ତ୍ରୀ ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ। ଏ ବାବଦରେ ରାଜ୍ୟ ସରକାର ମୋଟ ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ ଯେ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡ଼ିଥାଏ। ହେଲେ କରୋନା ମହାମାରୀ ହେତୁ ଚଳିତ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି। ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି। ଅନ୍ୟପଟେ କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଛି। ତେଣୁ ଅର୍ଥାଭାବରୁ ଯେପରି କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ ତାକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

Comment