ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୨୫ଟି ଜିଲ୍ଲା ଏବଂ ଷ୍ଟେଟପୁଲରୁ ଗତ ୨୪ ଘଣ୍ଟା ଭିତରେ ନୂଆ ୨୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ଵାରେଣ୍ଟାଇନ୍‌ରୁ ୧୨୨ଟି ରହିଥିବା ବେଳେ ୮୮ଟି ଲୋକାଲ କେସ୍ ରହିଛି। ଅନ୍ୟପଟେ ଆଜି ରାଜ୍ୟରୁ ଜଣେ କରୋନା ରାଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ଵାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୪, ସମ୍ଵଲପୁରରୁ ୧୬, ଖୋର୍ଦ୍ଧା ଏବଂ ଝାରସୁଗୁଡ଼ାରୁ ୧୩ ଜଣ ଲେଖାଏଁ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଏକାଧିକ ପଜିଟିଭ୍ ବାହରିଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରୋ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୫୪୧କୁ ବୃଦ୍ଧି ପାଇଥିବା ବେଳେ ସେଥିମଧ୍ୟରୁ ୩,୨୮,୪୫୨ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨,୧୪୧ ରହିଛି।

Comment