ଓଡ଼ିଶାଲାଇଭ୍‌ ବ୍ୟୁରୋ

(କେନ୍ଦ୍ରପଡ଼ାରୁ ନାରାୟଣ ସାହାଣୀ): ରାଜ୍ୟରେ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନରେ ସାମିଲ ହୋଇଛି କେନ୍ଦ୍ରାପଡ଼ା ଜିଲ୍ଲା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଜିଲ୍ଲାର ପଟ୍ଟାମୁଣ୍ଡାଇ, ରାଜନଗର , ରାଜକନିକା, ଡେରାବିଶ, ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୋଟ ୬୦୦ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯାଉଛି।

ସେହିପରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଶିଶୁରୋଗ ବିଶେଷଜ୍ଞ ଡାକ୍ତର କିଶୋର ଚନ୍ଦ୍ର ମିଶ୍ରଙ୍କୁ ଦିଆଯାଇଛି ପ୍ରଥମ ଟିକା।

‘‘ମୁଁ ଆଜି ଟିକା ନେଇଛି। ଆଗରୁ ଟିକାକୁ ନେଇ ଲୋକେ ଯେମିତି ଡରାଉଥିଲେ ସେମିତି କିଛି ନାହିଁ। ଟିକା ନେଇସାରିବା ପରେ ମୋଠାରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇନି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି’’, କହିଛନ୍ତି କିଶୋର ଚନ୍ଦ୍ର ମିଶ୍ର।

ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଏହି ଟିକାକରଣ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ କେନ୍ଦ୍ରାପଡା ଜିଲ୍ଲାପାଳ ଅମ୍ରିତ ଋତୁରାଜ।ଆଜି ଉଦଘାଟନୀ ସମୟରେ ଉପସ୍ଥିତ ଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଅନିତା ପଟ୍ଟନାୟକ।

Comment