ଓଡ଼ିଶାଲାଇଭ୍ ବ୍ୟୁରୋ

ଜାନୁଆରି ୧୯ରୁ ୨୧ ତାରିଖ ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ପାରଦ ଖସିବା ସହ କେତେକ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଏବଂ ନୟାଗଡ଼। ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଭୋର ସମୟରେ ଘନ କୁହୁଡ଼ି ଦେଖାଯିବ।

ଏଥିପାଇଁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ସ୍ଵତନ୍ତ୍ର ରିଲିଫ୍ କମିସନରସ ଚିଠି କରିଛନ୍ତି। ଘନ କୁହୁଡ଼ି ବେଳେ ସଡ଼କ ଦୁର୍ଘଟଣା ଏଡ଼ାଇବାକୁ ବ୍ୟବସ୍ଥା ଗ୍ରହଣ କରିବା ଏବଂ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ଉପରେ ନଜର ରଖିବା ପାଇଁ ପରାମର୍ଶ ଦିଆଯାବା ସହ ପରିବହନ ଅଧିକାରୀ ଏବଂ ପୋଲିସ ଏଥିପ୍ରତି ସ୍ଵତନ୍ତ୍ର ବ୍ୟବସ୍ଥା ଆପଣାଇବାକୁ ଏସଆରସି କହିଛନ୍ତି।

Comment