ଓଡ଼ିଶାଲାଇଭ୍‌ ବ୍ୟୁରୋ

ଡ଼ିଶା ମାଟିର ଦୁଇ ବୀରପୁତ୍ର ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ଜନ୍ମ ଜୟନ୍ତୀ।

ଆଜି ଭାରତମାତାର ଦୁଇ ଦୁଇ ଜଣ ବୀର ସୁପୁତ୍ରଙ୍କର ଜନ୍ମତିଥି। ଜଣେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଆଉ ଜଣେ ବୀର ସୁରେନ୍ଦ୍ର ସାଏ। ସ୍ଵାଧିନତା ସଂଗ୍ରାମରେ ଉଭୟଙ୍କର ଅବଦାନ ଅତୁଳନୀୟ।

୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ କଟକ ସହରରେ ନେତାଜୀ ଜନ୍ମ ଗ୍ରହଣ କରିଥିଲାବେଳେ ୧୮୦୯ ଜାନୁଆରୀ ୨୩ରେ ସମ୍ବଲପୁରରେ ଜନ୍ମ ଗ୍ରହଣ କରିଥଲେ ସୁରେନ୍ଦ୍ର ସାଏ।

ବ୍ରିଟିଶ ଶାସନ ବିରୋଧରେ ଲଢ଼େଇ କରି ନିଜ ଜୀବନକୁ ଉତ୍ସର୍ଗ କରିଦେଇଥିଲେ ଏହି ଦୁଇ ମହାପୁରୁଷ।

ବ୍ରିଟଶ ସରକାରଙ୍କୁ ଦିନେ ନିଜ ଦାମ୍ଭିକତାରେ ଚମକାଇ ଦେଇଥିଲେ ସୁଭାଷ। ସୁଭାଷଙ୍କ କାଳଜୟୀ ଉଦଘୋଷଣା ‘ମତେ ରକ୍ତ ଦିଅ ମୁଁ ସ୍ଵାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଜୀବୀତ ରହିଛି।

ସେହିପରି ସୁରେନ୍ଦ୍ର ସାଏ ମଧ୍ୟ ନିଜର ସାହାସ ଓ ଅତୁଳନୀୟ ଧୈର୍ଯ୍ୟକୁ ପୁଞ୍ଜିକରି ଶକ୍ତିଶାଳୀ ଇଂରେଜ ସରକାରଙ୍କୁ ଯୁଦ୍ଧର ଆହ୍ୱାନ ଦେଇଥିଲେ। ଆଜିବି ପ୍ରତିଟି ଭାରତୀୟଙ୍କ ପ୍ରାଣରେ ଏହି ଦୁଇ ମହାପୁରୁଷ ଜୀବୀତ ରହିଛନ୍ତି।

ଅନ୍ୟପକ୍ଷରେ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯାଉଛି। ଏବେଠାରୁ ପ୍ରତିବର୍ଷ ନେତାଜୀଙ୍କ ଜନ୍ମଦିନକୁ ‘ପରାକ୍ରମ ଦିବସ’ ଦିବସ ଭାବେ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

Comment