ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ଅପରାଧକୁ ଯେପରି ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ ସେଥିପାଇଁ ଓଡ଼ିଶା ପୋଲିସରେ ଏକ ସ୍ୱତନ୍ତ୍ର ଶାଖା ଖୋଲିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ସ୍ୱତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି।

ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହିତ  ସାଇବର ଫରେନସିକ୍‌ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି।

ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଶାଖା ପରିଚାଳିତ ହେବ। ଏଥିରେ ଦୁଇ ଜଣ ଅତିରିକ୍ତ ଏସପି, ୧୦ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏଏସ୍ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ମିନିଷ୍ଟରିଆଲ ଷ୍ଟାଫ୍‌ ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି।

Comment