ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଅପରାହ୍‌ଣ ୪ଟାରୁ ରାତି ୮ ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଏହି ନୀତି ସେବା କରିବେ। ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁଣି ଦର୍ଶନ ସ୍ଵାଭାବିକ ହେବ। ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଯୋଗଦାନ କରିବେ।

Comment