ଓଡ଼ିଶାଲାଇଭ୍ ବ୍ୟୁରୋ

ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧିକୁ ୨ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଫେବ୍ରୁଆରି ୧୦ ତାରିଖ ପର୍ଯ୍ୟନ୍ତ ଅବଧି ଥିବାବେଳେ ତାହା ବୃଦ୍ଧି ହୋଇ ୧୨ ତାରିଖ ପର୍ଯ୍ୟନ୍ତ ହୋଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପରିଷଦର ବିଜ୍ଞପ୍ତି ଅନୁସାରେ ଦଶମ ଶ୍ରେଣୀ ପିଲାମାନେ ୧୨ ତାରିଖ ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ସେହିପରି ଯଦି କୌଣସି ଛାତ୍ରଛାତ୍ରୀ ଫର୍ମ ପୂରଣ କରିନଥିବେ, ଅନୁଷ୍ଠାନର ମୁଖ୍ୟ ସେମାନଙ୍କ ଫର୍ମ ପୂରଣ କରିପାରିବେ।

ଜାନୁଆରି ୮ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଦୀର୍ଘ ୧୦ ମାସ ପରେ ପିଲା ସ୍କୁଲ ଯାଇ ଶ୍ରେଣୀଗୃହରେ ପାଠ ପଢ଼ୁଛନ୍ତି। ଏମିତିକି ରବିବାର ମଧ୍ୟ ସେମାନଙ୍କର କ୍ଲାସ୍‌ ହେଉଛି।

ଅନ୍ୟପଟେ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଜାନୁଆରି ୮ ତାରିଖରୁ ଏପ୍ରିଲ୍ ୨୬ ତାରିଖ ପର୍ଯ୍ୟନ୍ତ କ୍ଲାସ ହେବ। ଏପ୍ରିଲ ୨୭ ତାରିଖରୁ ମେ ୨ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏହାପରେ ମେ ୩ରୁ ୧୫ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରାଯିବ।

Comment