ଓଡ଼ିଶାଲାଇଭ୍‌ ବ୍ୟୁରୋ

ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଉଛନ୍ତି। ସେଠାରେ ସେ ପ୍ରାୟ ୪୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ସହିତ କେତେକ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସୁନ୍ଦରଗଡ଼ରେ ଆଜି ବିଶେଷ ପ୍ରସ୍ତୁତି ହୋଇଛି।

୩ ଦିନ ଆଗରୁ ସଂଖ୍ୟାଧିକ ମନ୍ତ୍ରୀ ଓ ବିଧାୟକ ସୁନ୍ଦରଗଡ଼ରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଗସ୍ତକୁ ସଫଳ କରିବା ବିଭିନ୍ନ ଅଞ୍ଚଳରେ ଥିବା ଦଳର ସାଙ୍ଗଠନିକ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା ଚଳାଇଛନ୍ତି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବାହାରି ପ୍ରଥମେ ରାଉରକେଲା ଯିବେ। ସେଠାରେ ବିପିୟୁଟି ନିକଟସ୍ଥ ପଡ଼ିଆରେ ସମସ୍ତ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସହ ସଭାକାର୍ଯ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ଏହାସହିତ ବିଶ୍ୱକପ୍‌ ପାଇଁ ରାଉରକେଲାରେ ଦେଶର ସବୁଠୁ ବଡ଼ ଅତ୍ୟାଧୁନିକ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।

କାର୍ଯ୍ୟକ୍ରମର ସାରି ଅପରାହ୍‌ଣ ୨ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ।

Comment