ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ତେଣୁ ଅପରାହ୍‌ଣ ୪ଟାରୁ ରାତି ୮ ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହି ନୀତି ପାଇଁ ଦ୍ୱିପ୍ରହର ଧୂପ ପରେ ହେବ। ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ସିଂହାର ଲାଗି ପ୍ରାକୃତିକ ଉପାୟରେ ପ୍ରସ୍ତୁତ ହୋଇଥିବା ପ୍ରସାଧନ ବ୍ୟବହାର କରାଯିବ। ଶଙ୍ଖ, କସ୍ତୁରୀ, ହରିତାଳରେ ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ବିଗ୍ରହ ଝଲସି ଉଠିବ।

ପ୍ରତ୍ୟେକ ମାସରେ ଏହି ନୀତି ଦୁଇ ଥର କରାଯାଉଥିବା ବେଳେ ଦତ୍ତ ମହାପାତ୍ର ରତ୍ନ ସିଂହାସନରେ ଦାରୁ ଦେବତାଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି।

Comment