ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବୁଧବାର ଭୁବନେଶ୍ଵରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ୟେଲୋ ଓ୍ଵାର୍ଣ୍ଣିଂ ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି, ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର ଏବଂ ଭଦ୍ରକ। ଆଜି ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସେହିପରି ଆସନ୍ତାକାଲି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ ସହ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।


















