ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଶୁକ୍ରବାର ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୧ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ସେହିପରି କାଲି ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ଅପରାହ୍‌ଣ ଓ ସନ୍ଧ୍ୟା ସମୟରେ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Comment