ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ୨୦୨୧ ବ୍ୟାଚ୍‌ର ୮୫ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀ ନିଯୁକ୍ତି ପାଇଛନ୍ତି। ପ୍ରମୁଖ କମ୍ପାନିଗୁଡ଼ିକରେ ତାଙ୍କୁ ଉଚ୍ଚମାନର ନିଯୁକ୍ତି ଦିଆଯାଇଛି। କୋଭିଡ ମହାମାରୀର କରାଳ ଛାୟା ଶିକ୍ଷା ବ୍ୟବସ୍ଥା ଉପରେ ଭୟଙ୍କର ଭାବେ ପଡ଼ିଥିବା ସତ୍ତ୍ୱେ ନିଯୁକ୍ତି କ୍ଷେତ୍ରରେ ଖୁବ୍ ସଫଳତା ସାଉଁଟିଛି ସୋଆ ।

ଚଳିତ ବର୍ଷ ଆଇଟିଇଆର୍‌ର କ୍ୟାମ୍ପସ ନଯୁକ୍ତି ପ୍ରକ୍ରିୟାରେ ଚଳିତ ବର୍ଷ ୯୦ରୁ ଅଧିକ କମ୍ପାନି ଭାଗ ନେଇଥିଲେ। ସେଥିରେ ପ୍ରାୟ ୩୦% ଛାତ୍ରଛାତ୍ରୀ ଡେ-ଜିରୋ ଅର୍ଥାତ୍ ପ୍ରିମିୟମ୍ ନିଯୁକ୍ତି ପ୍ରକ୍ରିୟାରେ ମାଇକ୍ରୋସଫ୍‌ଟ, ଆମାଜନ୍‌, ଫିନାଷ୍ଟ୍ରା, ରବର୍ଟ ବୋସ୍‌, ଡେଲ୍‌, ପିଡବ୍ଲୁସି, କ୍ଲାଉଡ୍‌ଗିନ୍‌, ଡେଲଏଟ୍‌, ଏଚ୍‌ପି ଆଇଏନ୍‌ସି, ଟେମେନସ୍‌, ଇନ୍‌ଫର୍ମାଟିକା,ଏମ୍‌ଏକ୍ୟୁ ସଫ୍ଟୱେୟାର୍‌, ଏନ୍‌ପିସିଆଇ, ସେଲ୍ସଫୋର୍ସ ଏବଂ ରାପ୍ୟୁଟା ରୋବୋଟିକ୍ସ ଭଳି କମ୍ପାନୀରେ ବାର୍ଷିକ ହାରାହାରି ୬.୩ ଲକ୍ଷ ଟଙ୍କାର ପ୍ୟାକେଜ୍‌ରେ ନିଯୁକ୍ତି ପାଇଥିବା ବେଳେ ଏମାନଙ୍କ ମଧ୍ୟରୁ ସର୍ବାଧିକ ଆମାଜନ୍ ଭଳି କମ୍ପାନିଠାରୁ ବାର୍ଷିକ ୩୦ ଲକ୍ଷ ଟଙ୍କା ପ୍ୟାକେଜ୍‌ର ଅଫର ପାଇଛନ୍ତି।

ଅନ୍ୟ ୫୫ % ଛାତ୍ରଛାତ୍ରୀ ପ୍ରତିଷ୍ଠିତ ମଲ୍ଟି ନ୍ୟାସ୍‌ନାଲ୍ କମ୍ପାନୀ ଏବଂ ଡେ-ୱାନ୍ ଏବଂ ଡେ-ଟୁ ନିଯୁକ୍ତିଦାତା ଇନ୍‌ଫୋସିସ୍‌, ୱିପ୍ରୋ, କଗ୍ନିଜାଂଟ, କେପ୍‌ଜେମିନି, ଡିଏକ୍ସସି, ହେକ୍ସାୱେର୍‌, ଏଚ୍‌ସିଏଲ୍‌, ଏନ୍‌ଆଇଆଇଟି ଟେକ୍ନୋଲୋଜିସ୍‌, ଏଲ୍ ଆଣ୍ଡ ଟି ଟେକ୍ନୋଲୋଜିସ୍‌, ଇନ୍‌ଫୋଗେନ୍‌, ଟୁଡିପ ଟେକ୍ନୋଲୋଜିସ୍‌, ଭି-କନ୍‌ଷ୍ଟ୍ରକ୍ଟ, ଏନ୍‌ସିସି, ଗ୍ଳୋବାଲ୍ ଏଜ୍ ଏବଂ ଅନ୍ୟାନ୍ୟ ବିଭିନ୍ନ କମ୍ପାନୀରୁ ନିଯୁକ୍ତି ଅଫର ପାଇଛନ୍ତି।

ଏହା ବ୍ୟତୀତ ଖ୍ୟାତି ସମ୍ପନ୍ନ ଡିଜିଟାଲ୍ ମାର୍କେଟିଂ କର୍ପୋରେଟ୍ ମିଡିଆମିଂଟ୍ ମଧ୍ୟ ଏମ୍‌ଓୟୁ ମାଧ୍ୟମରେ ସୋଆର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ଦେବା ପାଇଁ ଆଗ୍ରହ ପ୍ରକାଶ କରିଛି। କ୍ୟାମ୍ପସ୍ ନିଯୁକ୍ତି ପ୍ରକ୍ରିୟାର ଶେଷ ସୁଦ୍ଧା ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ନିଯୁକ୍ତିର ସୁଯୋଗ ପାଇପାରିବେ ବୋଲି ଆଶା କରାଯାଉଛି।

ସୋଆର ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଅନେକ ପ୍ରତିଷ୍ଠିତ କର୍ପୋରେଟ୍ ସୋଆ କ୍ୟାମ୍ପସ୍‌ରେ ସେମାନଙ୍କର ହବ୍  ପ୍ରତିଷ୍ଠା କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଇଣ୍ଡଷ୍ଟ୍ରିରେ ଅଧିକ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି।

କୋଡିଙ୍ଗ, ଟେକ୍ନୋଲୋଜି, ସଫ୍ଟ ସ୍କିଲ, ଆପ୍ଟିଟ୍ୟୁଡ୍ ଏବଂ କାଉନ୍‌ସେଲିଂ କ୍ଷେତ୍ରରେ ଉତ୍କୃଷ୍ଟ ଧରଣର ଟ୍ରେନିଂ କାର୍ଯ୍ୟକ୍ରମ ଯୋଗେ ସୋଆର ଛାତ୍ରଛାତ୍ରୀମାନେ ସେମାନଙ୍କ ଲକ୍ଷ୍ୟ ହାସଲ କରିବାରେ ଏବଂ ନିଜର ଶିକ୍ଷା ଏବଂ ପାରଦର୍ଶିତାକୁ ଉଚ୍ଚ ସ୍ତରକୁ ନେବାରେ ସଫଳ ହେବେ ବୋଲି ଆଶା କରାଯାଉଛି।

ଅନ୍ୟପକ୍ଷରେ ଏକ ୬ ଜଣିଆ ଆଇଟିଇଆର୍ ଛାତ୍ରଛାତ୍ରୀ ଟିମ୍ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ସ୍ମାର୍ଟ ଇଣ୍ଡିଆ ହାକାଥନ୍ – ୨୦୨୦ ରେ ଭାଗ ନେଇ ଓ ଷ୍ଟେଟ୍‌ମେଂଟ ଆର୍‌କେ ୫୭ (ଡିଜିଟାଲ୍ ପୋଲିସିଙ୍ଗ) ସମସ୍ୟାର ସମାଧାନ କରି ଚାମ୍ପିଅନ୍ ହୋଇ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ କରିଛନ୍ତି।

Comment