ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର କରୋନା ଟିକା ନେବେ ଦେଶର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ରାମନାଥ କୋବିନ୍ଦ। ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ସ୍ୱଦେଶୀ କରୋନା ଟିକାର ପ୍ରଥମ ଡୋଜ୍ ନେବେ ରାଷ୍ଟ୍ରପତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ ପ୍ରମୁଖ ରାଜନେତାମାନେ ଟିକା ନେଇ ସାରିଲେଣି।

ମାର୍ଚ୍ଚ ୧ରୁ ଦେଶରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ। ଆଜି ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣର ତୃତୀୟ ଦିନ। କୋ-ୱିନ ପୋର୍ଟାଲ ଜରିଆରେ ପଞ୍ଜୀକୃତ କରି ବୟସ୍କ ବ୍ୟକ୍ତିମାନେ କରୋନା ଟିକା ନେଉଛନ୍ତି। ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ ୪୫ରୁ ୬୦ ବର୍ଷ ଭିତରେ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ କରୋନା ଟିକା ଦିଆଯାଉଛି।

Comment