ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଫାଲ୍‌ଗୁନ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ତେଣୁ ଅପରାହ୍‌ଣ ୪ଟାରୁ ରାତି ୮ ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହି ନୀତି ପାଇଁ ଦ୍ୱିପ୍ରହର ଧୂପ ପରେ କରାଯିବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ। ଏହି ନୀତିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ସିଂହାର ଲାଗି ପ୍ରାକୃତିକ ଉପାୟରେ ପ୍ରସ୍ତୁତ ହୋଇଥିବା ପ୍ରସାଧନ ବ୍ୟବହାର କରାଯିବ।

ପ୍ରତ୍ୟେକ ମାସରେ ଏହି ନୀତି ଦୁଇ ଥର କରାଯାଉଥିବା ବେଳେ ଦତ୍ତ ମହାପାତ୍ର ରତ୍ନ ସିଂହାସନରେ ଦାରୁ ଦେବତାଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି।

Comment