ଓଡ଼ିଶାଲାଇଭ୍ ବ୍ୟୁରୋ

ମାର୍ଚ୍ଚ ୨୧ ତାରିଖରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସିବେ। ୨୨ ତାରିଖରେ ସେ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି। ଏଠାରେ ଭାରତୀୟ ତୈଳ ନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାଖ୍ୟାନମାଳା ପରିଦର୍ଶନ କରିବେ।

ଏହାପରେ ରାଷ୍ଟ୍ରପତି ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବରେ ସେ ଯୋଗ ଦେବେ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ।

ଗସ୍ତ ସମୟରେ ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ସହିତ କେତେକ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏନ୍ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Comment