ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ଦେଢ଼ମାସ ପରେ ଗତ ୨୪ ଘଣ୍ଟାରେ ଦେଶରେ ୨୫ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ କରୋନା ମାମଲା ୧ କୋଟି ୧୩ ଲକ୍ଷ ୫୯ ହଜାର ୪୫ କୁ ବୃଦ୍ଧିପାଇଛି। ସେଥିମଧ୍ୟରୁ ୧ ଲକ୍ଷ ୫୮ ହଜାର ୬୦୪ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ୧ କୋଟି ୯ ଲକ୍ଷ ୮୯ ହଜାର ୮୯୭ ଜଣ କରୋନାକୁ ମାତ୍‌ ଦେଇ ସୁସ୍ଥ ହୋଇଛନ୍ତି।  ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୨ ଲକ୍ଷ ୧୦ ହଜାର ୫୪୪ ରହିଛି।

ବିଶେଷ କରି ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ତାମିଲନାଡୁ ଏବଂ ଗୁଜରାଟରେ ସଂକ୍ରମଣ ବଢ଼ିଛି। ସଂକ୍ରମଣ ବଢ଼ୁଥିବା ସ୍ଥାନମାନଙ୍କରେ ଲକଡାଉନ୍‌ ଓ ନାଇଟ କର୍ଫ୍ୟୁ ଜାରି ହୋଇଛି। କରୋନା ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଲୋକଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି।

Comment