ଓଡ଼ିଶାଲାଇଭ୍ ବ୍ୟୁରୋ
ପିପିଲି ଉପ-ନିର୍ବାଚନ ପାଇଁ ବିଗୁଲ ବାଜିଛି। ଏନେଇ ଭାରତୀୟ ନିର୍ବାଚନ କମିଶନ ଆଜି ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ ୧୭ ତାରିଖରେ ଭୋଟ୍ ହେବାକୁ ଥିବା ବେଳେ ମେ’ ୨ ତାରିଖରେ ଭୋଟ୍ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ।
ମାର୍ଚ୍ଚ ୨୩ ତାରିଖରେ ପିପିଲି ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଆଶାୟୀ ପ୍ରାର୍ଥୀମାନେ ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ କରିବେ। ସେହିପରି ଏପ୍ରିଲ ୩ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି।
ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ବିଧାନସଭା ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଗତ ୨୦୧୯ ନିର୍ବାଚନରେ ପ୍ରଦୀପ ମହାରଥୀ ଏହି ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ମହାରଥୀ ପିପିଲିରୁ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।