ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢ଼ୁଛି। ଗତ ୨୪ ଘଣ୍ଟାରେ ଆଉ ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୯ ଜଣ ରହିଥିଲା ବେଳେ ଲୋକାଲ କେସ୍‌ ୭୧ ରହିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କଟକ, ଖୋର୍ଦ୍ଧାରୁ ୨୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬କୁ ବୃଦ୍ଧି ଘଟିଛି। ଏଯାବତ୍‌ ରାଜ୍ୟରେ ୩ ଲକ୍ଷ ୩୬ ହଜାର ୨୬୬ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲା ବେଳେ  ୧୦୦୮ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଲୋକଙ୍କୁ ସତର୍କ ଓ ସଚେତନ ରହିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

LEAVE A REPLY

Please enter your comment!
Please enter your name here