ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ଜିଲ୍ଲା ପ୍ରଶାସନ ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଯାତାୟତ ଉପରେ କଟକଣା ଲଗାଇଛନ୍ତି। ଗୁରୁବାର ରାତିରୁ ଏହି ନିୟମ ଲାଗୁ ହେବ।

ଏହାସହିତ ସର୍ବସାଧାରଣ ସ୍ଥାନରେ ୫ ଜଣରୁ ଅଧିକ ଏକାଠି ନହେବାକୁ କୁହାଯାଇଛି। ଜିଲ୍ଲାରେ ସବୁ ଧାର୍ମିକ, ସାମାଜିକ କାର୍ଯ୍ୟକ୍ରମ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟରେ କୋଭିଡ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଆଗୁଆ ପଦକ୍ଷେପ ନେଇଛନ୍ତି। ସେହିପରି ସମସ୍ତେ କରୋନା କଟକଣା ମାନି ମାସ୍କ ପିନ୍ଧିବେ ଓ ସାମାଜିକ ଦୂରତା ମାନିବାକୁ ବାଧ୍ୟତାମୂଳକ କରାଯାଇଛି।

Comment