ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାର ଦ୍ୱିତୀୟ ଲହରୀ ଦିନକୁ ଦିନ ଦେଶର ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ଭିତରେ ୫୯ ହଜାର ୧୧୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ୨୫୭ ଜଣଙ୍କ ମୃତ୍ୟୁ ହୋଇଛି।

ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨ କୁ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯କୁ ବୃଦ୍ଧି ପାଇଛି। ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୧ ହଜାର ୬୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ରେ ପହଞ୍ଚିଛି।

ଏପର୍ଯ୍ୟନ୍ତ ଦେଶରେ ୫ କୋଟି ୫୫ ଲକ୍ଷ ୪ ହଜାର ୪୪୦ ଜଣ ଟିକା ନେଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Comment