ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩ ଲକ୍ଷ ୩୬ ହଜାର ୪୮୨ ଜଣ। ରାଜ୍ୟରେ ସକ୍ରିୟ ଅଛନ୍ତି ୧୪୪୯ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆପଡ଼ାରୁ ୨୩, କଟକରୁ ୧୯, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଷ୍ଟେଟ୍ ପୁଲରୁ ୧୨, ସମ୍ବଲପୁରରୁ ୧୧ଜଣ, ପୁରୀରୁ ୫, କେନ୍ଦ୍ରପଡ଼ାରୁ ୨, ନୟାଗଡ଼ରୁ ୨, ରାୟଗଡ଼ାରୁ ୨, ଅନୁଗୁଳରୁ ୭, ବାଲେଶ୍ବରରୁ ୬, ଗଞ୍ଜାମରୁ ୩ଜଣ ଓ ଝାରସୁଗୁଡ଼ାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଢେଙ୍କାନାଳ, ନବରଙ୍ଗପୁର ଓ କେନ୍ଦୁଝରରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଥବାବେଳେ, ମୟୂରଭଞ୍ଜ, ଯାଜପୁର ଓ ବରଗଡ଼ରୁ ୮ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଆଜି ଜଣେ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

Comment