ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶୁକ୍ରବାର ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ଅସୁସ୍ଥ ହେବାପରେ ଚିକିତ୍ସା ପାଇଁ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ଦେଇଥିଲେ ଆର୍ମି ହସ୍ପିଟାଲ କର୍ତ୍ତୃପକ୍ଷ।

ଶୁକ୍ରବାର ବାସଭବନରେ ଅଚାନକ ରାଷ୍ଟ୍ରପତି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତେଣୁ ଚିକିତ୍ସା ପାଇଁ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପରୀକ୍ଷା ନୀରିକ୍ଷା କରାଇବାପରେ, ଆଜି ଏମ୍ସରେ ଅଧିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଅଧିକ ଯାଞ୍ଚ କରାଯିବ ବୋଲି ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଛି।

ମାର୍ଚ୍ଚ ୨୧ ରେ ରାଷ୍ଟ୍ରପତି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ପୁରୀ ଓ କୋଣାର୍କ ବୁଲି ଦେଖିଥିଲେ।

LEAVE A REPLY

Please enter your comment!
Please enter your name here