ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ଏପ୍ରିଲ ୨ ପର୍ଯ୍ୟନ୍ତ ପ୍ରଚଣ୍ଡ ତାତିରେ ସାରାରାଜ୍ୟ ସିଝିବ। ତେଣୁ ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ନେଇ ରାଜ୍ୟର ୨୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ଅରେଞ୍ଜ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ଯାଜପୁର, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର।

ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାଗୁଡ଼ିକରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଏଥିପାଇଁ ଲୋକମାନେ ଅଧିକ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ୩ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ବିଶେଷକରି ଉପକୂଳବର୍ତ୍ତୀ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି।

Comment