ଓଡ଼ିଶାଲାଇଭ୍ ବ୍ୟୁରୋ

ପିପିଲି ଉପନିର୍ବାଚନ ପାଇଁ ୪ ବରିଷ୍ଠ ନେତାଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପିପିଲି ପର୍ଯ୍ୟବେକ୍ଷକ ପ୍ରତାପ ଦେବ, ଦଳର ଉପସଭାପତି ଦେବୀ ମିଶ୍ର, ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା, ପୁରୀ ଜିଲ୍ଲା ବିଜେଡି ସଭାପତି ମହେଶ୍ୱର ମହାନ୍ତି ଏହି ତାଲିକାରେ ରହିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ।

ଏହି ବରିଷ୍ଠ ନେତାମାନେ ପିପିଲିରେ ରହି ଦଳର ନିର୍ବାଚନ ରଣନୀତି ପରିଚାଳନା କରିବେ। ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ନାମାଙ୍କନ ପତ୍ର ଦାଖଲ କରିବା ପରେ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଛନ୍ତି।

ପିପିଲି ଉପନିର୍ବାଚନ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ମାର୍ଚ୍ଚ ୩୦ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଥିଲାବେଳେ, ଏପ୍ରିଲ ୩ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଏପ୍ରିଲ ୧୭ରେ ପିପିଲିରେ ଉପନିର୍ବାଚନ ଅନୁଷ୍ଠିତ ହେବ ଓ ମେ’ ୨ରେ ଫଳାଫଳ ପ୍ରକାଶ ପାଇବ।

Comment