ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ହୋଇପାରେ। ପବନ ଏବଂ ଘଡ଼ଘଡ଼ି ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସୋମବାର ରାଜ୍ୟର ୬ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପବନ, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲିର କାଳବୈଶାଖୀ ପରେ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ। ଏହି ଦୁଇଦିନ ମଧ୍ୟରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comment