ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏବଂ ସ୍କୁଲ୍ ଅଫ୍ ଫାର୍ମସ୍ୟୁଟିକାଲ୍ ସାଇନ୍‌ସେସ୍ ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ କରାଯାଇଛି।

ଭୁବନେଶ୍ୱର ଉପକଣ୍ଠ ଦଶପୁର ଗ୍ରାମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନେ ଯୋଗଦେଇ ସୂଚାରୁରୂପେ କାର୍ଯ୍ୟ ସମ୍ପାଦନ କରିଥିଲେ। ‘ସମସ୍ତଙ୍କ ନିମନ୍ତେ ଏକ ସୁନ୍ଦର ଏବଂ ସୁସ୍ଥ ବିଶ୍ୱ ଗଠନ’ ଏହି କାର୍ଯ୍ୟକ୍ରମର ମୂଳ ମନ୍ତ୍ର ଥିଲା। ଏହି ଅବସରରେ କର୍କଟ ରୋଗ ଉପରେ ସଚେତନତା କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ପକ୍ଷରୁ ଡାକ୍ତର ସୌର୍ଯ୍ୟ ରଞ୍ଜନ ଦାସ, ଏସ୍‌ପିଏସ୍ ପକ୍ଷରୁ ଡ. ଶୋଭନ୍ ପଟ୍ଟନାୟକ ଏବଂ ଆଇଡିଏସ୍ ର କମ୍ୟୁନିଟି ବିଭାଗର ପିଜି ଛାତ୍ରଛାତ୍ରୀ, ଡ. ଶର୍ମିଷ୍ଠା ମହାନ୍ତି, ଡ. ଶୈଳଜା ପଣ୍ଡା, ଡ. ମର୍ଲିନ୍ ଜେନା ଏବଂ ଡ. ଉପାସନା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଆଇଡିଏସ୍ ପକ୍ଷରୁ ଗତ ୫ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ୬ ଦିନ ମାଗଣା ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ କରାଯାଉଛି।

Comment