ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ସୂଚନା ମୂତାବକ ଗତକାଲି ହଜାରେ ତଳକୁ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୫୫ ଜଣ ହୋଇଥିବାବେଳେ, ୫୨୭ଟି ଲୋକାଲ୍ କେସ୍ ରହିଛି। କମ୍ ସମୟ ମଧ୍ୟରେ ଏତେ ମାତ୍ରାରେ ସଂକ୍ରମିତ ଚିହ୍ନଟ, ଏବେ ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ଜଣ ଚିହ୍ନଟ ହୋଇଥିବାବେଳେ, ଖୋର୍ଦ୍ଧାରୁ ୧୯୨ ଜଣ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ପଜିଟିଭ୍ ସଂଖ୍ୟା ୩ ଲକ୍ଷ ୪୬ହଜାର ୮୦୮ରେ ପହଞ୍ଚିଛି। ୨୪ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଥିବା ୨୨୮ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୩୮ହଜାର ୮୯୦ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏପର୍ଯ୍ୟନ୍ତ ୫୯୪୧ଟି ସକ୍ରିୟ ମାମଲା ରହିଛି।

ଅନ୍ୟପଟେ ରାଜ୍ୟରେ ଟିକାକରଣ ଚାଲିଛି। ଟିକାର ଅଭାବ ଯୋଗୁଁ ଅନେକ ଟିକାକରଣ କେନ୍ଦ୍ର ବନ୍ଦ ରହିଛି। ପ୍ରଶାସନ ପକ୍ଷରୁ ସବୁ ସ୍ଥାନରେ କରୋନା କଟକଣାକୁ କଡ଼ାକଡ଼ି ଭାବରେ ପାଳନ କରାଯାଉଛି।

Comment