ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟରେ ପବନର ବେଗ ୩୦ରୁ ୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ମଧ୍ୟ ରହିଛି। ତେଣୁ ବିନା କାରଣରେ ଲୋକମାନେ ଘରୁ ନ ବାହାରିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comment