ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏନେଇ ମଙ୍ଗଳବାର ୧୩ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି। ଏଥିପାଇଁ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।ସେହିପରି ବିଜୁଳି ଘଡ଼ଘଡ଼ି ହେବା ନେଇ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବ। ଏଥିସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ମଧ୍ୟ ସମ୍ଭାବନା ରହିଛି।

ଏଥିପାଇଁ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment