ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ୁଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ ୧ ଲକ୍ଷ ୮୪ ହଜାର ୩୭୨ ଜଣ ନୂଆ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୧୦୨୭ ଜଣଙ୍କ ମୃତ୍ୟୁ ଘଟିଛି। ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣରେ ପ୍ରଥମ ଥର ପାଇଁ ଆଜି ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି।

ନୂଆ ପଜିଟିଭ୍‌କୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୮ ଲକ୍ଷ ୭୩ ହଜାର ୮୨୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧ କୋଟି ୨୩ ଲକ୍ଷ ୩୬ ହଜାର ୦୩୬ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏବେ ୧୩ ଲକ୍ଷ ୬୫ ହଜାର ୭୦୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭୨ ହଜାର ୦୮୫ରେ ପହଞ୍ଚିଛି। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ଲକ୍ଷ ୬୫ହଜାର ୭୦୪ ରହିଛି।

ଅନ୍ୟପକ୍ଷରେ କେନ୍ଦ୍ରର ସୂଚନା ଅନୁଯାୟୀ ଦେଶରେ ଏଯାବତ୍ ୧୧ କୋଟି ୧୧ଲକ୍ଷ ୭୯ ହଜାର ୫୭୮ ହିତାଧିକାରୀଙ୍କୁ ଟିକା ଦିଆସରିଛି। ମହାରାଷ୍ଟ୍ରରେ ସବୁଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସେଠାରେ ବିଭିନ୍ନ ସହରରେ କରୋନା ଚେନ୍‌କୁ ଭାଙ୍ଗିବା ପାଇଁ ନାଇଟ୍ କର୍ଫ୍ୟୁ, ସଟ୍‌ଡାଉନ୍ ଓ ୧୪୪ଧାରା ଜାରି କରାଯାଇଛି।

Comment