ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଏବଂ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏଥିପାଇଁ ମଙ୍ଗଳବାର ଅପରାହ୍‌ଣରେ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ଅଞ୍ଚଳରେ ବଜ୍ରପାତ ଏବଂ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ସତର୍କ କରିଛି ପାଣିପାଗ ବିଭାଗ।

ସେହିପରି ପାଣିପାଗ ବିଭାଗ ଆକଳନ କରିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ କଟକ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

Comment