ଓଡ଼ିଶାଲାଇଭ୍‌ ବ୍ୟୁରୋ

କରୋନା ଭୂତାଣୁ ସଂକ୍ରମଣର ଦ୍ୱିତୀୟ ଲହରୀ ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ପ୍ରତିଦିନ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟୁଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୭୮୫ଜଣ ହୋଇଥିବାବେଳେ, ୧୯୭୬ ଟି ଲୋକାଲ୍ କେସ୍ ରହିଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ସୁନ୍ଦରଗଡ଼ରୁ ୬୭୩ ଓ ନୂଆପଡ଼ାରୁ ୫୩୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ସମୁଦାୟ ପଜିଟିଭ୍ ସଂଖ୍ୟା ୩ଲକ୍ଷ ୭୭ହଜାର ୪୬୪ରେ ପହଞ୍ଚିଛି। ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୫୦୩ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୪୭ହଜାର ୬୩୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୨୭,୮୨୧ଟି ସକ୍ରିୟ ମାମଲା ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତଥ୍ୟ ଅନୁସାରେ କରୋନାରେ ୫ଜଣଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ନୂଆପଡ଼ା ଜିଲ୍ଲାରୁ ୩ଜଣ ହୋଇଥିବାବେଳେ, ଜଣେ ରାୟଗଡ଼ାରୁ ଓ ଅନ୍ୟଜଣେ କେନ୍ଦୁଝର ଜିଲ୍ଲାର ହୋଇଥିବା ସୂଚନା ରହିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩ରେ ପହଞ୍ଚିଛି।

ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଆସନ୍ତା ମେ’ ୧ରୁ ୧୮ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ଦିଆଯିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କରୋନା ସଂକ୍ରମଣ ବଢ଼ୁଥିବାରୁ ଜିଲ୍ଲାଗୁଡ଼ିକର ସହରାଞ୍ଚଳରେ ସପ୍ତାହନ୍ତ ସଟ୍‌ଡାଉନ୍ ଘୋଷଣା କରାଯାଇଛି। କରୋନା କଟକଣାକୁ କଡ଼ାକଡ଼ି ପାଳନ କରାଯାଉଛି। ସବୁସ୍ଥାନରେ ଚେକିଂ କରାଯାଉଛି। ବିବାହ ଓ ଶୁଦ୍ଧିକ୍ରିୟା ଅଳ୍ପ ସଂଖ୍ୟକ ଲୋକଙ୍କୁ ନେଇ କରିବାକୁ ଅନୁମତି ଦିଆଯାଇଛି।

Comment