ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଏବଂ ଘୂର୍ଣ୍ଣିଝଡ଼ ହେବାର ସମ୍ଭବାନା ରହିଛି। ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ୟେଲୋ ଓ୍ଵାର୍ଣ୍ଣିଂ ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ପ୍ରାୟ ୪୦ରୁ ୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ମଧ୍ୟ ହୋଇପାରେ। ତେଣୁ ଏହି ସମୟରେ ଲୋକମାନେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସେହିପରି ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here