ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଝଡ଼ବର୍ଷା, ବଜ୍ରପାତ ନେଇ ୧୨ ଜିଲ୍ଲାକୁ ସତର୍କ ସୂଚନା ମଧ୍ୟ ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ଏହି ସବୁ ଜିଲ୍ଲାଗୁଡ଼ିକ ହେଲେ ଖୋର୍ଦ୍ଧା, କଟକ, ଜଗତସିଂହପୁର,  କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର।  ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହିତ ବଜ୍ରପାତ ସମ୍ଭାବନା ଥିବାରୁ କାମ ନଥିଲେ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ପ୍ରାୟ ୪୦ରୁ ୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ମଧ୍ୟ ହୋଇପାରେ।

ଅନ୍ୟପଟେ ରାଜ୍ୟର କିଛି ଜିଲ୍ଲାରେ ଏବେ ସୁଦ୍ଧା ଝଡ଼ବର୍ଷା ଆରମ୍ଭ ହୋଇସାରିଲାଣି। ସେହିପରି ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comment