ଓଡ଼ିଶାଲାଇଭ୍ ବ୍ୟୁରୋ

(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ) : ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍।  ସେହି ଦୁର୍ଘଟଣାରେ ୭ ଯାତ୍ରୀ ଗୁରୁତର ଆହତ ହୋଇ ରାୟଗଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ଓଁ ସାଇ ନାମକ ଘରୋଇ ବସ୍‌ଟି ଜୟପୁରଠାରୁ ନୟାଗଡ଼ ଅଭିମୁଖେ ଯାତ୍ରା କରୁଥିଲା। ଏଥିରେ ପାଖାପାଖି ୪୦ଜଣ ଯାତ୍ରୀ ଥିବା ସୂଚନା ରହିଛି। ବିଳମ୍ବିତ ରାତିରେ ଘାଟି ଚଢ଼ୁଥିବା ସମୟରେ ହଠାତ୍ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ୭ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଗୁରୁତର ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ଡ୍ରାଇଭରର ବେପରୁଆ ଗାଡ଼ି ଚାଳନା ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଯାତ୍ରୀମାନେ ଅଭିଯୋଗ କରିଥିବାବେଳେ, ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

Comment