ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶରେ ପୁଣି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ଲକ୍ଷ ୫୨ହଜାର ୯୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୨୮୧୨ଜଣଙ୍କର ମୃତ୍ୟୁ ହୋଇଛି। ଉଭୟ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ଦେଶ ପାଇଁ ଚିନ୍ତାଜନକ ପରିସ୍ଥିତି ପାଲଟିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୩ଲକ୍ଷ ୧୩ହଜାର ୧୬୩ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୯୫ହଜାର ୧୨୩ରେ ପହଞ୍ଚିଛି। ଏବେ ଦେଶରେ ୨୮ଲକ୍ଷ ୧୩ହଜାର ୬୫୮ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୧୯ହଜାର ୨୭୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୪୩ଲକ୍ଷ ୦୪ହଜାର ୩୮୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୪କୋଟି ୧୯ଲକ୍ଷ ୧୧ହଜାର ୨୩ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି।

Comment