ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶରୁ ଲଗାତାର ୩ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ଲକ୍ଷ ୬୦ ହଜାର ୯୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୨୯୩ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୯ଲକ୍ଷ ୯୭ହଜାର ୨୬୭ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୦୧ହଜାର ୧୮୭ରେ ପହଞ୍ଚିଛି। ଏବେ ଦେଶରେ ୨୯ଲକ୍ଷ ୭୮ହଜାର ୭୦୯ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୬୧ହଜାର ୧୬୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୪୮ଲକ୍ଷ ୧୭ହଜାର ୩୭୧ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୪କୋଟି ୭୮ଲକ୍ଷ ୨୭ହଜାର ୩୬୭ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଦେଶର କିଛି ପ୍ରମୁଖ ସହରମାନଙ୍କରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ହସ୍ପିଟାଲମାନଙ୍କରେ ଅକ୍ସିଜେନର ଅଭାବ ଯୋଗୁଁ ରୋଗୀଙ୍କ ମୃତ୍ୟୁ ହେଉଥିବା ଖବର ମଧ୍ୟ ଶୁଣିବାକୁ ମିଳୁଛି।

Comment