ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶରୁ କରୋନା ସଂକ୍ରମଣ କମିବାର ନାଁ ଧରୁନାହିଁ। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ଲକ୍ଷ ୭୯ ହଜାର ୨୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୬୪୫ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୩ଲକ୍ଷ ୭୬ହଜାର ୫୨୪ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୦୪ହଜାର ୮୩୨ରେ ପହଞ୍ଚିଛି। ଏବେ ଦେଶରେ ୩୦ଲକ୍ଷ ୮୪ହଜାର ୮୧୪ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୬୯ହଜାର ୫୦୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୫୦ଲକ୍ଷ ୮୬ହଜାର ୮୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୫କୋଟି ୦୦ଲକ୍ଷ ୨୦ହଜାର ୬୪୮ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଦେଶର କିଛି ପ୍ରମୁଖ ସହରମାନଙ୍କରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି।

Comment