ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ଲକ୍ଷ ୮୬ ହଜାର ୪୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୪୯୮ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୭ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୦୮ହଜାର ୩୩୦ରେ ପହଞ୍ଚିଛି। ଏବେ ଦେଶରେ ୩୧ଲକ୍ଷ ୭୦ହଜାର ୨୨୮ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୯୭ହଜାର ୫୪୦ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୫୩ଲକ୍ଷ ୮୪ହଜାର ୪୧୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୫କୋଟି ୨୨ଲକ୍ଷ ୪୫ହଜାର ୧୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଦେଶର କିଛି ପ୍ରମୁଖ ସହରମାନଙ୍କରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି।

Comment